Friday, November 27, 2020

☘ ବାଙ୍କଚୂଡ଼ ବେଶ ☘

#ବାଙ୍କଚୂଡ଼_ବେଶ /#Bankachuda_besha

ପଞ୍ଚୁକ ର ଦିତୀୟା ଦିନ ଟି କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ୧୨ ଦିନ ପଡେ , ଯାହାକୁ କୁ କି କୁହାଯାଏ ଦ୍ବାଦଶୀ ତିଥି , ଆଉ ଏହି ଦିନ ମହାପ୍ରଭୁ ଜଗନ୍ନାଥଙ୍କୁ ବେଶ କରା ଯାଏ ଯାହାକୁ”ବାଙ୍କଚୂଡ଼ା ବେଶ ବା ବାମନ ବେଶ ” କୁହାଯାଏ. କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ଵାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ, ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସୃତିକୁ ଉଜ୍ଜୀବିତ କରିବା ପାଇଁ ପୁରୀ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି । ଏହି ବେଶର ବିଶେଷତ୍ଵ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସା ର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ସୂଚନାଯୋଗ୍ୟ ଏକ ଛୋଟ ସ୍ଵର୍ଣ୍ଣ କୀରିଟ ଠାକୁର ମାନଙ୍କ କପାଳର ଶୀର୍ଷ ଭାଗରେ ଶୋଭାପାଇଥାଏ। ଲକ୍ଷ୍ମୀନାରାୟଣ ବେଶରେ ଲାଗୁଥିବା ଅଧିକାଂଶ ଅଳଙ୍କାର ଏଥିରେ ବ୍ୟବହୃତ ହୋଇଥାଏ । ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ବଳଭଦ୍ର ହଳମୂଷଳ ଧାରଣ କରନ୍ତି । ଏହି ବେଶରେ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ । ମାତ୍ର ତାଙ୍କର ମସ୍ତକ ସୂବର୍ଣ୍ଣ କିଆରେ ଶୋଭିତ ହୁଏ ।

No comments:

Post a Comment

ଦେଶ ନାସ୍ତି ମହୀତଳେ

ଦେଶ ନାସ୍ତି ମହୀତଳେ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧି ର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧି ର ପବିତ୍ର ଜଳ ସ୍ପର୍ସ ରେ ପ୍ରତିଧୂଳି କଣା...