Friday, February 18, 2022
ଗଳ୍ପ ; # ଅକୁହା କଥା #
Tuesday, January 11, 2022
🟠 କାକଵନ ଗୃହଯୁଦ୍ଧ କଥା 🟠
Tuesday, September 14, 2021
🔵 ଉପଯୁକ୍ତ ବେଶ ପକାଇ ଆସ 🔵 ଗଳ୍ପସମ୍ରାଟ ଶ୍ରୀମନୋଜ ଦାସ
Sunday, August 15, 2021
● ମାତୃଭୂମି ଓ ଦେଶପ୍ରେମ ●
Monday, August 2, 2021
● ଡୋରା ●
Wednesday, May 12, 2021
🐸🐸🐸🐸🐸 ଗଙ୍ଗଦତ୍ତ ବେଙ୍ଗର କଥା🐸🐸🐸🐸🐸
ବେଙ୍ଗମାନଙ୍କ ରାଜା ‘ଗଙ୍ଗଦତ୍ତ’ ଗୋଟାଏ ସାପ ଦ୍ଵାରା ନିଜର ସମସ୍ତ ପ୍ରତିଦ୍ଵନ୍ଦୀ ଓ ଵିରୋଧୀମାନଙ୍କୁ ମରେଇ ଦେଲା ହେଲେ ସାପ ସେମାନଙ୍କ ପରେ ପରେ ଗଙ୍ଗଦତ୍ତ କୁଟୁମ୍ବର ଭେକମାନଙ୍କୁ ବି ଖାଇଗଲା ।
ଏଵେ ଗଙ୍ଗଦତ୍ତ ସେଇ କୂଅରେ ଏକେଲା ବଞ୍ଚିଯାଇଥାଏ । ସାପ ତାକୁ ବି ଖାଇଵାକୁ ଉଦ୍ଯତ ହୁଅନ୍ତେ ଗଙ୍ଗଦତ୍ତ ବେଙ୍ଗ କହିଲା
“ହେ ସାପଭାଇ ଦୟାକରି ତୁମ୍ଭେ ମୋତେ ଗିଳନାହିଁ ଏଥିରେ ତୁମ୍ଭର କ୍ଷତି ହିଁ ହେଵ ଵରଂ ମୁଁ ତୁମ୍ଭ ପାଇଁ ଅନ୍ୟ ଏକ କୂପକୁ ଯାଇ ଆହୁରି ଅନେକ ବେଙ୍ଗଙ୍କୁ ଏଠାକୁ ନେଇ ଆସିଵି”
ଏଭଳି କୌଶଳ କରି ଗଙ୍ଗଦତ୍ତ ସେଇ କୂଅରୁ ଅଳ୍ପକେ ଵର୍ତ୍ତିଯାଇଥିଲା । କୂଅରୁ ବାହାରି ସେ ଯେମିତି ପଦାକୁ ଆସି ଦେଖିଲା ପୃଥିଵୀଟା କେତେ ଵିଶାଳ ତାହା ଅନୁଭଵ କରିପାରିଲା । କୂଅରେ ତ ସାପ ଅଛି ତେଣୁ କୂଅର ଲୋଭ ଛାଡ଼ି ଏବେ ଅନ୍ୟ ଏକ ଵାସସ୍ଥାନ ଅନ୍ଵେଷଣ କରିଵାକୁ ଗଙ୍ଗଦତ୍ତ ବାହାରି ପଡି଼ଛି । କୂଅଠାରୁ ମାତ୍ର ଦୁଇ କୋଶ ଦୂରରେ ହ୍ରଦଟିଏ ଥାଏ ଯେ ଗଙ୍ଗଦତ୍ତ ଡେଇଁ ଡେଇଁ ଆସି ସେଇ ହ୍ରଦ ପାଖରେ ପହଞ୍ଚିଗଲା ।
ସେଇ ହ୍ରଦଟି ବହୁତ ବଡ଼ ପୁଣି ସେଠାରେ ଅନେକ ଜାତିର ଜୀଵ ଵସଵାସ କରୁଥାନ୍ତି । ହ୍ରଦଟିରେ ଜଳତନ୍ତ୍ର ଶାସନ ଵ୍ୟଵସ୍ଥାରେ ଶାସନ ହେଉଥାଇ । ଏଥିରେ କୁମ୍ଭୀର ଓ ସର୍ପାଦି ଜୀଵଭକ୍ଷକ ଗୋଷ୍ଠୀ ଶାସନ କାର୍ଯ୍ୟ ପରିଚାଳନା କରୁଥିଵାଵେଳେ ଅନ୍ୟ ଜଳଚର ଜୀଵମାନେ ମତଦାତାଠାରୁ ପ୍ରଶାସନିକ ଅଧିକାରୀ ଯାଏଁ ଵିଭିନ୍ନ କାର୍ଯ୍ୟ କରୁଥିଲେ ।
ସେହି ହ୍ରଦର ସମ୍ବିଧାନ ଅନୁସାରେ ଜଳଚର ଜୀଵଟିଏ ଜଳଚର ଜୀଵକୁ ଆଦୌ ଭକ୍ଷଣ କରିଵ ନାହିଁ ଵରଂ ଏକ ଜଳଚର ଜୀଵଭକ୍ଷକ କୌଣସି ସ୍ଥଳଚର ଜୀଵକୁ ଭକ୍ଷଣ କରିଣ ଆପଣା ଜୀଵନଯାପନ କରିଵ । ଏ ନିୟମ ଲକ୍ଷ ଲକ୍ଷ ଵର୍ଷ ଧରି ସେ ହ୍ରଦର ଜୀଵମାନେ ପାଳୁଅଛନ୍ତି । ଫଳତଃ ଉକ୍ତ ହ୍ରଦରେ ବେଙ୍ଗ ଆଦି ନୀରିହ ଜୀଵମାନେ ଅତି ସୁଖରେ କାଳାତିପାତ କରୁଥାଆନ୍ତି ।
ଗଙ୍ଗଦତ୍ତ ଦେଖିଲା ସେଠାରେ ତାହାର ଅନେକ ଭାଇବନ୍ଧୁ ଅଛନ୍ତି ଯେଉଁମାନେ ଠିକ୍ ତା ଭଳି କେଁ କଟର କେଁ କଟର କରିପାରନ୍ତି । ସେମାନଙ୍କର ପରସ୍ପରର ଭାଷା ଏକ ଥିଲା ହାଵଭାଵ,ମଉଡା଼ ସବୁ ମିଶିଯାଉଥିଲା । ତେଣୁ ପୁଷ୍କରିଣୀର ବେଙ୍ଗମାନଙ୍କ ସହ ଗଙ୍ଗଦତ୍ତର ସମ୍ପର୍କ ଘନିଷ୍ଠରୁ ଘନିଷ୍ଠତର ହେଵାକୁ ଲାଗିଲା ।
ଦିନେ ପୁଷ୍କରିଣୀରେ ବୁଲୁବୁଲୁ ଗଙ୍ଗଦତ୍ତ ଅନେକ ସର୍ପମାନଙ୍କୁ ମଧ୍ୟ ଦେଖିପାରିଲା । ଏକ ସର୍ପଦ୍ଵାରା କୂପ ମଧ୍ଯରେ ତାହାର ସବୁ ଭ୍ରାତାବନ୍ଧୁଙ୍କୁ ହତ୍ୟା କରାଯାଇଥିଵା ହେତୁରୁ ସେ ସଂପୂର୍ଣ୍ଣ ସର୍ପଜାତିଟାକୁ ଘୃଣା କରୁଥାଏ । କିନ୍ତୁ ଏତେସଂଖ୍ୟକ ସର୍ପଙ୍କଠାରୁ ସିଏ ଏକାକୀ ତ ପ୍ରତିଶୋଧ ନେଇପାରିଵ ନାହିଁ ତେଣୁ ମନେ ମନେ ବହେ ଉପାୟ ପାଞ୍ଚିଲା । କେଁ କଟର କରି କରି ଗୋଟାଏ ପଦ୍ମ ପତ୍ରରୁ ଆନ ଏକ ପତ୍ରକୁ ଯହ ଡିଆଁ ଡେଇଁ କରୁଥାଇ । ଶେଷରେ ତା ମୁଣ୍ଡକୁ ଉପାୟଟିଏ ଯୁଟିଲା ।
ପ୍ରତିଦିନ ସକାଳୁ ସକାଳୁ ପାଣିରେ ରହୁଥିଵା ବୋଡ଼ା ଆଦି ସାପମାନେ ସ୍ଥଳଭାଗକୁ ଖାଦ୍ୟ ଉଣ୍ଡିଵାକୁ ବୁଲି ବାହାରନ୍ତି ।
ଯେମିତି ସେମାନଙ୍କୁ ଗଙ୍ଗଦତ୍ତ ବେଙ୍ଗ ଦେଖିଦିଏ ତାଙ୍କ ଆଗ ସାମ୍ନାକୁ ଚାଲିଆସି ମିଛଟାରେ ତା ବେଙ୍ଗ ଜାତିଭାଇଙ୍କୁ ବଡ଼ ପାଟି କରି ଡାକେ
“ହେ ବଞ୍ଚାଅ ବଞ୍ଚାଅ ମୋତେ ଖାଇଗଲେ ହେ ଭାଇମାନେ”
ଏ ରାମା ଏ ଭୀମା ହଇରେ ଶଙ୍କରା ଆବେ ମକରା
ଆରେ ସବୁ କୋଉଠି ଅଛ ଧାଇଁ ଆସରେ ଧାଇଁ ଆସ
ଏ ରାକ୍ଷସ ସର୍ପମାନେ ଏଇନାକେ ମେତେ ଚଳୁକରିଦେଵେ ରେ”
ପ୍ରଥମେ ପ୍ରଥମେ ଗଙ୍ଗଦତ୍ତର ନାଟକ ଦେଖି ସ୍ଵୟଂ ତାହାର ବେଙ୍ଗ ଜାତିଭାଇମାନେ ହିଁ ଵିଶ୍ଵାସ କରୁନଥିଲେ । ‘ଖୋ ରେ ! ଶଳା ବାହାରିଆଟା ବୋ ! ଏଟା କଥାରେ କିଏ ପଡୁ଼ଛି ମ’ !!
କିନ୍ତୁ ଗଙ୍ଗଦତ୍ତ ସହଜେ ଛାଡି଼ଵା ଜନ୍ତୁ ନୁହେଁ । ଵିଭିନ୍ନ ପ୍ରକାରର ଉପାୟ ଅଵଲମ୍ବନ କରି ସେ ତାହାର ଅନେକ ବେଙ୍ଗ ଭାଇମାନଙ୍କୁ ତା ଆନ୍ଦୋଳନର ସମର୍ଥକ କଲା । କାହାକୁ “ଭେକ ଜାତୀୟତା”ର ମଦରେ ଅନ୍ଧ କରି ତ କା'କୁ କଙ୍କି ଦେଵାର ଲୋଭରେ ପକେଇ ନିଜ ପକ୍ଷକୁ ଆଣିଲା । ଚାହୁଁ ଚାହୁଁ ଦିନ କେଇଟାରେ ଶହ ଶହ ବେଙ୍ଗ ଏକ ସ୍ଵରରେ କହିଲେ ଏ ମାଂସଭକ୍ଷକ ଜୀଵମାନଙ୍କୁ ଏହି ହ୍ରଦରୁ ବାହାର କର ଅନ୍ୟଥା ହ୍ରଦକୁ ଦୁଇଭାଗ କରି ବାଣ୍ଟିଦିଅ । ଏକ ପାଖରେ ହିଂସ୍ର-ଜଳଚର ରହିଵେ ଆନ ପଟରେ ନୀରିହ କ୍ଷୁଦ୍ର ଜୀଵ ରହିବେ । ମାଛ , କଙ୍କଡ଼ା ଆଦି ଜୀଵମାନେ ବେଙ୍ଗମାନଙ୍କର ସମର୍ଥନରେ ବାହାରିପଡି଼ଲେ ।
ଗୋଳଟା ଶେଷକୁ କଇଁଛ ବିଚାରପତିଙ୍କ ସୁପ୍ରିମକୋର୍ଟରେ ଯାଇ ପହଞ୍ଚିଲା । ଵୟୋଜ୍ୟେଷ୍ଠ କଚ୍ଛପ ଵିଚାରପତି ମହୋଦୟ ବହୁତ ସମୟ ଧରି ଏ ଵିଷୟରେ ଆଲୋଚନା ପର୍ଯ୍ୟାଲୋଚନା କରୁଥାଆନ୍ତି । ଶେଷରେ ହ୍ରଦର ସୁପ୍ରିମକୋର୍ଟ ଆଦେଶ ଦେଲା ।
“ହ୍ରଦଟି ପ୍ରାକୃତିକ ଦୃଷ୍ଟିରୁ ଏକ ଓ ଅଭିନ୍ନ ତେଣୁ କୌଣସି ଜୀଵ ଵିଶେଷଙ୍କ ପାଇଁ ତାହାର ଵିଭାଜନ ପ୍ରକୃତି ଵିରୁଦ୍ଧାଚରଣ ଵିଚାର୍ଯ୍ୟ ହେଵ । ଅତଃ ଏହି ହ୍ରଦ-କୋର୍ଟରେ ସର୍ବସମ୍ମତିକ୍ରମେ ଘୋଷଣା କରାଗଲା ଯେ ଏଠାକାର ବଡ଼ ବଡ଼ ମାଂସ ଭକ୍ଷୀ ଜୀଵମାନେ ଶିଘ୍ରାତିଶିଘ୍ର ଅନ୍ୟତ୍ର ରହିଵାର ଵ୍ୟଵସ୍ଥା କରନ୍ତୁ ନୋହିଲେ ଜଳ ସମାଜର ସମସ୍ତ ଜୀଵ ମିଶି ସେମାନଙ୍କ ଵିରୁଦ୍ଧରେ ଵଳପୂର୍ଵକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଵେ”
କୁମ୍ଭୀର ଓ ବୋଡ଼ା ସର୍ପମାନେ ସ୍ଵଭାଵତଃ ହିଂସ୍ର ହେଲେ ହେଁ ବହୁଦିନ ଧରି ଅନ୍ୟ କ୍ଷୁଦ୍ର ଜଳ ଜୀଵଙ୍କ ସହିତ ଏକତ୍ର ସହାଵସ୍ଥାନ କରୁଥିଵାରୁ ଆପଣାର ମୂଳପ୍ରକୃତି ଭୁଲି ସାରିଥାନ୍ତି । ସେମାନେ ଦୁଃଖ ମନରେ ହ୍ରଦ ଛାଡ଼ି ନିକଟସ୍ଥ ଛୋଟ ଛୋଟ ପୁଷ୍କରିଣୀ ମଧ୍ୟକୁ ଯିଵାକୁ ଲାଗିଲେ ।
ଵିଶାଳ ହିଂସ୍ର ଜଳଜୀଵଙ୍କ ଵିନା ହ୍ରଦଟିରେ କିଛି ଦିନ ପାଇଁ ଶାନ୍ତି ଵିରାଜମାନ କଲା ମାତ୍ର ଧୀରେ ଧୀରେ ମାନଵମାନେ ଓ ତାଙ୍କର ଗୃହପାଳିତ ଜୀଵ ଏ ହ୍ରଦକୁ ଗାଧୋଇଵା ପାଇଁ ତଥା ଜଳ ନେଵା ପାଇଁ ଆସିଵାକୁ ଲାଗିଲେ । ପ୍ରତିଦିନ ଶହ ଶହ ମାଛ କଙ୍କଡ଼ାମାନଙ୍କୁ ମଣିଷମାନେ ମାରି ଖାଇଲେ । ପୁଣି ଉକ୍ତ ହ୍ରଦରୁ ହଜାର ହଜାର ଲିଟର ଜଳ ପ୍ରତିଦିନ କଟକ ନଗରର ଵିକାଶ କାର୍ଯ୍ୟରେ ଵ୍ୟଵହୃତ ହେଲା । ଆଗ ଭଳି ହିଂସ୍ରଜନ୍ତୁ ନଥିଵାରୁ ଏବେ ମାନଵମାନେ ଉକ୍ତ ହ୍ରଦରେ ଅଵାଧ୍ୟ ପ୍ରଵେଶ କରିଵା ଆରମ୍ଭ କରିଦେଲେ । ହ୍ରଦର ତଥାକଥିତ ନିରୀହ ଜଳଜୀଵମାନେ କିଛି ବୁଝିଵା ପୂର୍ଵରୁ ମନୁଷ୍ୟମାନେ ଉକ୍ତ ହ୍ରଦକୁ ଵାସ୍ତୁଵାଦୀ ଵିକାଶ ପାଇଁ ବଳି ପକେଇ ଦେଵାର ନିର୍ଣ୍ଣୟ ନେଇ ସାରିଥିଲେ ।
(କଟକ ନଗରରେ ଆଗେ ଗୋଟିଏ ହ୍ରଦ ଥିଲା ଯାହାକୁ ୧୮୧୪ ସୁଦ୍ଧା “ସପନା ଝିଲ୍” କୁହାଯାଉଥିଲା । ହିନ୍ଦୀ ଭାଷାରେ ହ୍ରଦକୁ ଝିଲ୍ କୁହାଯାଏ । ସେତେବେଳେ କଟକର ତୃତୀୟ ମହଲା ଥିଲା ତେଲେଙ୍ଗା ବଜାର ଏଵଂ ଚତୁର୍ଥ ମହଲା ଗଙ୍ଗା ମଞ୍ଜିଲ୍ ଯାହାକୁ ଏବେ ଗଙ୍ଗାମନ୍ଦିର ସାହି କୁହାଯାଉଛି । ଏ ଉଭୟ ଅଞ୍ଚଳରେ କାହ୍ନୁ ଆଚାର୍ଯ୍ୟ ନାମରେ ଜଣେ ଜମିଦାରଙ୍କର ଅନେକ ଜମିବାଡ଼ି ଥିଲା । ସପନା ଝିଲ୍ ମଧ୍ୟ ତାଙ୍କରି ନାମରେ ଥିଲା । କିନ୍ତୁ ଦୁର୍ଭାଗ୍ୟଵଶତଃ ଆଜି ଗଙ୍ଗାମନ୍ଦିର ଅଞ୍ଚଳରେ ଦୁଇ ତିନୋଟି ଛୋଟ ବନ୍ଧ ଥିଲେ ହେଁ ଝିଲ୍ ଵା କୌଣସି ହ୍ରଦ ଥିଵା ଜଣାଯାଏ ନାହିଁ । ସମ୍ଭଵତଃ ଜନଵସତି ବଢି଼ଵାରୁ ହ୍ରଦଟି ପୋତା ପଡ଼ି ସଂକୁଚିତ ହୋଇ ଯାଇଛି କିଂଵା ନିଶ୍ଚିହ୍ନ ହୋଇଯାଇଛି । ଜଣେ ଇଂରେଜ ପ୍ରଶାସନିକ ଅଧିକାରୀଙ୍କ ଚିଠିରୁ ଏହି ସପନା ଝିଲ୍ ଵିଷୟରେ କେତେକ ତଥ୍ୟ ମିଳିଅଛି । କାହାଣୀର ହ୍ରଦ ପୃଥିଵୀର ଯେକୌଣସି ହ୍ରଦ ହୋଇପାରେ ଏଵଂ କାହାଣୀ ମଧ୍ୟରେ ଉଲ୍ଲେଖିତ ନିରୀହ ଜଳଜୀଵମାନେ ଜଗତର ଯେକୌଣସି ସରଳ ନିରୀହ ଜୀଵ ହୋଇପାରନ୍ତି ଯେଉଁମାନେ ଈର୍ଷା ଦ୍ଵେଷରେ ଅନ୍ଧ କିଛି ତଥାକଥିତ ଘୃଣ୍ବି ଲୋକଙ୍କ କଥାରେ ପଡ଼ି ନିଜ ଦେଶ ମାଟିକୁ ନିଜ ଭାଇ ବନ୍ଧୁଙ୍କୁ ପର କରି ଦିଅନ୍ତି )
© ଶିଶିର ସାହୁ ମନୋଜ
Saturday, March 27, 2021
●ଶାଶୁ, ବୋହୂ, ନଣନ୍ଦ ●
Wednesday, January 27, 2021
■ ଅପରାଧ କାହାର !! ■
Sunday, January 24, 2021
■ ମିଠା କଥା କୁହା ଦୁଷ୍ଟ ମିତ୍ର ■
Wednesday, January 13, 2021
ଜରା ନିବାସ
Saturday, August 22, 2020
❣ ଏଇ ବୋଧେ ପ୍ରେମ ❣
❣ ବାସ୍ତବ ପ୍ରେମର ପରିଭାଷା ❣
ଦେଶ ନାସ୍ତି ମହୀତଳେ
ଦେଶ ନାସ୍ତି ମହୀତଳେ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧି ର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧି ର ପବିତ୍ର ଜଳ ସ୍ପର୍ସ ରେ ପ୍ରତିଧୂଳି କଣା...
-
✍ ଶିଶିର ସାହୁ ମନୋଜ ଆଜିକାଲି Search ଅର୍ଥଯୁକ୍ତ ଓଡ଼ିଆ ଭାଷାରେ ଅନେକ ଵୈଦେଶିକ ଶବ୍ଦ ଆସି ଚଳୁଅଛି । ଆମ ଭାଷାରେ ଖୋଜିବା ଭଳି ଵୈଦେଶ...
-
★ 'ସାଧବଝିଅ' ଓ କବି ଡଃ ମାୟାଧର ମାନସିଂହ ★ ଉପସ୍ଥାପନା : ଅମୃତେଶ ଖଟୁଆ ______________________________________ ...
-
ବୃଦ୍ଧାଶ୍ରମ - 126 ଏକବିଂଶେ ହଡା ବୃଦ୍ଧାଶ୍ରମ ବେଢା ଅଣଦେଖାଙ୍କ ଆସର ପୃଥିପରେ ପାପ ନା ଏ ପୂଣ୍ଯ ଛାପ ଉତ୍ତର ଦିଅ ଇଶ୍ୱର ଜୀବନର ସଞ୍ଜ ଯଦି ଦହଗଞ୍ଜ ...